ପରମାଣୁ ଧମକ ଦେଲେ ପୁଟିନ୍

ନୂଆଦିଲ୍ଲୀ,୨୧/୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବଡ଼ ଘୋଷଣା କରିିିଛନ୍ତି। ଦେଶବାସୀଙ୍କୁ ଟେଲିଭିଜନ ବାର୍ତ୍ତା ଦେଇ ଚେତାଇଛନ୍ତି ପୁଟିନ୍। ବଡ଼ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି। ରୁଷିଆକୁ ଧ୍ୱଂସ ପାଇଁ ପାଶ୍ଚାତ୍ୟ ରାଷ୍ଟ୍ର ଉଦ୍ୟମ କରୁଛନ୍ତି। ୟୁକ୍ରେନକୁ ଅସ୍ତ୍ର କରି ରୁଷିଆକୁ ଧ୍ୱଂସ ପାଇଁ ଉଦ୍ୟମ କରୁଛନ୍ତି। ଦରକାର ହେଲେ ପରମାଣୁ ଅସ୍ତ୍ରର ପ୍ରୟୋଗ କରାଯିବ ବୋଲି ପୁଟିନ୍ କହିଛନ୍ତି।