ବିଜେଡି ନେତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ କରିଥିଲେ ଏମିତି ପୋଷ୍ଟ

ଭୁବନେଶ୍ୱର,୨୪/୯: ପୁରୀ ଜିଲ୍ଲା ନିମାପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ଭୁବନେଶ୍ୱର ସ୍ଥିତ ବାସଭବନରୁ ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ତାହା ଜଣାପଡ଼ିନି। ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ମଧ୍ୟ କିଛି ସ୍ପଷ୍ଟ ହୋଇନାହିଁ। ପାରିବାରିକ କଳହକୁ କେନ୍ଦ୍ରକରି ସେ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନାହିଁ। ଖବରପାଇ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଧର୍ମେନ୍ଦ୍ରଙ୍କର ଫେସ୍‌ବୁକ୍‌ ପେଜ୍‌ରେ ପୋଷ୍ଟ ହୋଇଥିବା ଏକ ପୋଷ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଯେଉଁଥିରେ ଲେଖା ହୋଇଛି- ‘ମୋ ଫୋନ୍ ଦୁଇଟାରେ ସବୁ ଭିଡିଓ ରହିଛି, ତାକୁ ଲୋକଲୋଚନକୁ ଆଣିବେ’।