ଆରମ୍ଭ ହେଲା ବିଜେଡିର ପ୍ରଶିକ୍ଷଣ ଶିବିର, ଭିଡିଓ କନଫରେନସିଂ ଜରିଆରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯/୮: ଆରମ୍ଭ ହୋଇଛି ବିଜେଡିର ପ୍ରଶିକ୍ଷଣ ଶିବିର । ବରମୁଣ୍ଡା ପଡ଼ିଆରେ ଆୟୋଜିତ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ ଯୋଗ ଦେଇଛନ୍ତି । ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେଇ ସରକାରଙ୍କ ଯୋଜନା ଓ ବାର୍ତ୍ତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ନବୀନ ଆହ୍ୱାନ ଦେଇଛନ୍ତି ।ସେହିପରି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ କହିଛନ୍ତି, ରାଜ୍ୟର ବିକାଶ ପାଇଁ ନବୀନ ଦିନ ରାତି କାମ କରୁଛନ୍ତି । ଏହାପରେ ଅନ୍ୟ ନେତା ଉଦବୋଧନ ଦେଇଛନ୍ତି । ଆସନ୍ତା ୨ ତାରିଖରୁ ମାସେ ବ୍ୟାପୀ ପଦଯାତ୍ରା କରିବ ବିଜେଡି । ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି ।