ବାଜିଲା ବିଗୁଲ: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ

ଭୁବନେଶ୍ୱର,୩/୧୦: ଧାମନଗର ଉପନିର୍ବାଚନ ବାଜିଲା ବିଗୁଲ । ନଭେମ୍ବର ୩ରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ । ଅକ୍ଟୋବର ୭ରେ ଏନେଇ ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ । ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ତାରିଖ ଘୋଷଣା ହୋଇଥିବା ବେଳେ ୧୭ରେ ନାମାଙ୍କନ ପ୍ରତ୍ୟାହାର ପାଇଁ ତାରଖ ନିର୍ଦ୍ଧାରିତ ହୋଇଛି । ନଭେମ୍ବର ୬ରେ ହେବ ଭୋଟ ଗଣତି ହେବ । ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି । ବିଜେପି ଦଳର ଟାଣୁଆ ନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡିଛି । ବିଷ୍ଣୁ ୨୦୧୯ ସାଧାରଣ ନିର୍ବାଚନରେ ବିଜେପିରୁ ଦଳୀୟ ପ୍ରାର୍ଥୀ ହୋଇ ଧାମନଗର ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।