କିପରି କଟିବ ଆଜି ଆପଣଙ୍କ ଦିନ: ୦୬/୧୦/୨୦୨୨

ମେଷ:ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରିବା ସହ ଧନସମ୍ପଦରେ ଅଭିବୃଦ୍ଧି ଘଟିବ। ଆର୍ଥିକ ଚିନ୍ତା ଦୁରହେବ ଓ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ।

ବୃଷ:ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ବ୍ୟବସାୟରେ ଯଥେଷ୍ଟ ଲାଭ ମିଳିବ।

ମିଥୁନ:ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ।

କର୍କଟ:ସାମାଜିକ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଭଲ ଲାଭପାଇ ଉତ୍ତମ ରୋଜଗାର ହେବ।

ସିଂହ:ଘାସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ।

କନ୍ୟା:ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ସହ ସଫଳତା ଲାଭ କରିବେ। ବିରୋଧିମାନେ ଦୂରେଇଯିବେ ଓ ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇନେବେ। ରାଜନୀତିରେ ବଡନେତାଙ୍କୁ ସନ୍ତୁଷ୍ଟ କରି ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ।

ତୁଳା:ଘାଛାତ୍ରଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।

ବିଛା:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ। ରୋଜି ରୋଜଗାର ପାଇଁ ଉପଯୁକ୍ତ ସମୟ ଅଟେ। କର୍ମକ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ।

ଧନୁ:ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ସ୍ଥଗିତ ଥିବା କର୍ମଟି ପୂରଣ ହୋଇପାରେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।

ମକର:ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ କୋର୍ଟକଚେରୀ ମାମଲା ସହଜ ସରଳରେ ସମାଧାନ ହୋଇଯିବ। ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ।

କୁମ୍ଭ:ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। କ୍ରୋଧକୁ ଦମନ କରି ପାରିଲେ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। ଉଦାସୀନତା ପ୍ରବୃତିକୁ ତ୍ୟାଗକରି ମିଳିମିଶି କାମ କରି ପାରିଲେ କଷ୍ଟ ଦୂର ହେବ।

ମୀନ:ସ୍ୱାସ୍ଥ୍ୟରେ ଉନ୍ନତି ହେତୁ ମାନସିକସ୍ଥିତି ଭଲ ରହିବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବ୍ୟବସାୟରେ ନିଜରପଦ ଗରିମା ବଜାୟ ରହିବ।