ମେକ୍ସିକୋରେ ଆଖି ବୁଜା ଗୁଳିମାଡ଼, ୧୮ ମୃତ

ନୂଆଦିଲ୍ଲୀ,୬/୧୦: ମେକ୍ସିକୋରେ ଆଖି ବୁଜା ଗୁଳିମାଡ଼ ହୋଇଛି। ଯାହାଫଳରେ ୭ ପୋଲିସ କର୍ମୀଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ବନ୍ଧୁକଧାରୀ ମେକ୍ସିକୋର ସିଟି ହଲ ଭିତରକୁ ପଶି ଯାଇଥିଲେ। କେହି କିଛି ବୁଝିବା ପୂର୍ବରୁ ଲୋକଙ୍କ ଉପରକୁ ଆଖି ବୁଜା ଗୁଳିମାଡ଼ କରିଥିଲା । ପୋଲିସ ବନ୍ଧୁକଧାରୀକୁ ଧରିବାକୁ ଉଦ୍ୟମ କରୁଛି । ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ପୂରା ସହରକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ୍ କରାଯାଉଛି ।