ରାଜ୍ୟରେ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର, ୮/୧୦: ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଭାଙ୍ଗରେ ସୃଷ୍ଟ ହୋଇଛି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିିଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ୯ ଓ ୧୦ ତାରିଖ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଆସନ୍ତାକାଲି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଦା, ନୟାଗଡ, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ରାୟଗଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୧୦ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗର ସ୍ଥିତିକୁ ଦେଖି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଦା, ନୟାଗଡ, ଗଂଜାମ, ଗଜପତି, ମାଲକାନଗିରି, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।