ରାଜ୍ୟର ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୯/୧୦: ଉପକୂଳ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ିର ସହ ବର୍ଷାର ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି।
ଏହିସବୁ ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବାଲେଶ୍ୱର। ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଦକ୍ଷିଣ ଉପକୂଳରେ କିଛି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ନେଇ ଚେତାବନୀ ଜାରି ହୋଇଛି।