ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ୱର,୯/୧୦: ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି ।

ସୂଚନାଯୋଗ୍ୟ ଯେ ୭ ତାରିଖଠାରୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ସେହିପରି ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ୬ରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ । ସୂଚନାଯୋଗ୍ୟ ଯେ ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏହି ଆସନ ଖାଲି ରହିଛି ।