୧୭ ବର୍ଷରୁ କମ ମହିଳା ଫୁଟବଲ ବିଶ୍ୱକପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧/୧୦: ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ୧୭ ବର୍ଷରୁ କମ ମହିଳା ଫୁଟବଲ ବିଶ୍ୱକପର ଉଦଘାଟନ ହୋଇଛି ।
ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜିଠାରୁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ଅଣ୍ଡର ୧୭ ମହିଳା ବିଶ୍ବକପ୍ ଫୁଟବଲ । ପ୍ରଥମ ମ୍ୟାଚରେ ମରୋକ୍କୋକୁ ହରାଇ ବ୍ରାଜିଲ ବିଜୟୀ ହୋଇଛି । ୧-୦ ଗୋଲରେ ମରୋକ୍କୋକୁ ପରାସ୍ତ କରିଛି ବ୍ରାଜିଲ । ମ୍ୟାଚ ଆରମ୍ଭରୁ ବ୍ରାଜିଲ୍ ଆଟାକିଂ ଗେମ୍ ଖେଳି ମ୍ୟାଚର ୫ ମିନିଟରେ ଗୋଲ ସ୍କୋର କରିଥିଲା ।

ତେବେ ମରୋକ୍କୋ ଟିମ୍ ଭଲ ଖେଳିଥିଲେ ମଧ୍ୟ ଗୋଲ ସ୍କୋର କରିବାରେ ସକ୍ଷମ ହୋଇନଥିଲା । ଭୁବନେଶ୍ବରରେ ଭାରତ-ଆମେରିକା ଓ ଗୋଆରେ ଜର୍ମାନୀ-ନାଇଜେରିଆ ମଧ୍ୟରେ ଚାଲିଛି ମୁକାବିଲା ।