ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା,ରାଜ୍ୟରୁ ଠିକା ନିଯୁକ୍ତିର ଯୁଗ ଶେଷ

ଭୁବନେଶ୍ବର,୧୫/୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି ନିଆଯାଇଛି। ସେ କହିଛନ୍ତି ଯେ, ରାଜ୍ୟରୁ ଠିକା ନିଯୁକ୍ତିର ଯୁଗ ଶେଷ ହୋଇଛି। ରାଜ୍ୟର ସମସ୍ତ ଚୁକ୍ତିଭିତ୍ତିିକ କର୍ମଚାରୀଙ୍କ ନିଯୁକ୍ତି ନିୟମିତ ହେବ। ଏହା ଦ୍ବାରା ୫୭ ହଜାରରୁ ଊର୍ଦ୍ଧ୍ବ କର୍ମଚାରୀ ଉପକୃତ ହେବେ। ରାଜ୍ୟ ସରକାର ଏଥି ପାଇଁ ରାଜ୍ୟ ସରକାରଙ୍କ ପାଣ୍ଠିରୁ ୧୩ ଶହ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ। ତେବେ ଏନେଇ ଆସନ୍ତାକାଲି ବିଦ୍ଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ।