ଘୁର୍ଣ୍ଣିବଳୟ ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର,୧୮/୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲି ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ  ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି । ଏଥି ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।