ବିଜେଡିରୁ ବିଦା ହେଲେ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୯/୧୦: ଶେଷରେ ବିଜୁ ଜନତା ଦଳରୁ ବହିଷ୍କୃତ ହୋଇଛନ୍ତି ଧାମନଗର ଉପନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ହୋଇଥିବା ରାଜେନ୍ଦ୍ର ଦାସ। ଆଜି ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ବିଜେଡିରୁ ବିଦା କରାଯାଇଛି। ମିଳିଥିବା ସୂଚନା ବିଜେଡି ଟିକେଟରୁ ବଂଚିତ ହେବା ପରେ ଅସନ୍ତୁଷ୍ଟ ଥିଲେ ରାଜେନ୍ଦ୍ର । ଆଉ ତାଙ୍କୁ ମନାଇବା ପାଇଁ ବିଜେଡି ପକ୍ଷରୁ ଉଦ୍ୟମ କରାଯାଇଥିଲେ ବି ନିଜ ନିଷ୍ପତ୍ତିରେ ଅଟଳ ରହିଥିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ପ୍ରାର୍ଥୀପତ୍ର ଦାଖଲ ପରେ ବି ବିଜେଡି ଆଶା ରଖିଥିଲା ଯେ ରାଜୁ ଦାସ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ । କିନ୍ତୁ ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ କିନ୍ତୁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନଥିଲେ ।