ହାଇସିକ୍ୟୁରିଟି ନମ୍ବର ପ୍ଲେଟ ମାମଲା: ପରିବହନ ବିଭାଗକୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୬/୧୦: ହାଇକୋର୍ଟରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ମାମଲାର ଶୁଣାଣି ହୋଇଛି । ରାଜ୍ୟ ସଡକ ପରିବହନ ବିଭାଗକୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଡିସେମ୍ବର ଶେଷ ଯାଏ ସ୍ଲଟ ଉପଲବ୍ଧ ଅଛି କି ନାହିଁ ତା ଉପରେ ରିପୋର୍ଟ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏସବୁ ଉପରେ ସତ୍ୟପାଠ ଦାଖଲ କରିବାକୁ କୁହାଯାଇଛି । ତେବେ ଆସନ୍ତା ଅକ୍ଟୋବର ୩୧ ମାମଲାର ପରବର୍ତି ଶୁଣାଣି ହେବ ବୋଲି କୋର୍ଟ ତାରିଖ ଧାର୍ଯ୍ୟ କରିଛନ୍ତି ।