ଦୁର୍ଘଟଣାରେ ଚାଲିଗଲା ଛଅ ଜଣଙ୍କର ଜୀବନ

ନୂଆଦିଲ୍ଲୀ,୨୮/୧୦: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଛଅ ଜଣଙ୍କର ଜୀବନ ଚାଲିଯାଇଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଚାରି ଜଣ ମହିଳା ଏବଂ ଜଣେ ଶିଶୁ ଅଛନ୍ତି । ତେବେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏହାସହ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।