ଦେଶରେ ଦିନକରେ ୩୩୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୧/୧୨: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୨୪,୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୫ ହଜାର ୯୩୬କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୪୫,୮୧୦ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୬,୦୬,୧୧୧ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୩,୦୩,୬୩୯ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।