ଆସନ୍ତାକାଲି ଚନ୍ଦ୍ରଗ୍ରହଣ, ଜାଣନ୍ତୁ କେତେବେଳେ ପାକ ତ୍ୟାଗ

ଭୁବନେଶ୍ୱର,୭/୧୧: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଏଥର କାର୍ତ୍ତିକ ପୂର୍ଣ୍ଣିମାରେ ପଡ଼ୁଛି। ଜ୍ୟୋତିର୍ବିଦମାନେ ଏହାକୁ ରାହୁଗ୍ରସ୍ତ ଚନ୍ଦ୍ରଗ୍ରହଣ ବୋଲି କହୁ ଥିବାବେଳେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ନୀତି ନିର୍ଘଣ୍ଟ ହୋଇଛି। ସୂର୍ଯ୍ୟୋଦୟ ୫ଟା ୫୪ ମିନିଟ୍ ୫୩ ସେକେଣ୍ଡରେ ଆରମ୍ଭ ହେଉଥିବାରୁ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ହେବ। ୮ ତାରିଖ ରାତି ୧୨ଟା ୧୦ରେ ଦ୍ୱାର ଫିଟା ଯାଇ ଅନ୍ୟ ନୀତିକାନ୍ତି ସହ ସୁନାବେଶ ଓ ସକାଳ ୫ଟା ୫୦ ସୁଦ୍ଧା ଭୋଗମଣ୍ଡପ ଶେଷ କରିବାକୁ ନିଷ୍ପତ୍ତି ହୋଇଛି। କାଲି ଆକାଶରେ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଗୋଟିଏ ସରଳ ରେଖାରେ ରହିବେ ସୂର୍ଯ୍ୟ, ପୃଥିବୀ ଓ ଚନ୍ଦ୍ର। ଭାରତ ସମେତ ଉତ୍ତର ଆମେରିକା, ଦକ୍ଷିଣ ଆମେରିକାର କିଛି ସ୍ଥାନ, ଏସିଆ, ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଏହି ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଦୀର୍ଘ ୧ ଘଣ୍ଟା ୨୫ ମିନିଟ ଧରି ଦୃଶ୍ୟମାନ ହେବ। ତେବେ ଓଡ଼ିଶାରେ ଏହା ଦେଖାଯିବ ନାହିଁ।