ଆସନ୍ତାକାଲି ଅବପାତର ରୂପ ନେବ ଲଘୁଚାପ !

ଭୁବନେଶ୍ୱର,୧୮/୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତାକାଲି ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅବପାତର ରୁପ ନେବା ପରେ ପରବର୍ତ୍ତୀ ତିନି ଦିନ ଯାଏଁ ତାମିଲନାଡୁ -ପୁଡୁଚେରୀ ଏବଂ ଆନ୍ଧ୍ର ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖରେ ଓଡିଶା ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।