ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ଶପଥ ନେଲେ ସିବି ଆନନ୍ଦ ବୋଷ

ନୂଆଦିଲ୍ଲୀ,୨୩/୧୧: ସିବି ଆନନ୍ଦ ବୋଷ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି । ରାଜଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କୋଲକତା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ପ୍ରକାଶ ଶ୍ରୀବାସ୍ତ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିଧାନସଭା ଅଧ୍ୟକ୍ଷ ବିମାନ ବାନାର୍ଜୀ ଓ ବିରୋଧୀଦଳ ନେତା ଶୁଭେନ୍ଦୁ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।୧୯୭୭ ବ୍ୟାଚ୍ କେରଳ କ୍ୟାଡରର ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ସିବି ବୋଷଙ୍କୁ ନଭେମ୍ବର ୧୭ ତାରିଖରେ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିଲା ।