ବିଧାନସଭାର ଶୀତକାଳୀନ ଅଧିବେଶନ, ସୁରକ୍ଷା ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଭୁବନେଶ୍ୱର,୨୩/୧୧: ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ । ସୁରକ୍ଷା ଲାଗି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିବ ବିଧାନସଭା । ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ସୁନିଲ ବଂଶଲ ।ଷ୍ଟ୍ରାଇକିଂ ଫୋର୍ସ, କୁଇକ ରେସପେନ୍ସ ଟିମ, ସ୍ପେଶାଲ ଟାକଟିକାଲ ୟୁନିଟ, ଆର୍ମଡ଼ ପୋଲିସ, ରୂପ ଟଫ ସିକୁରିଟି, ସାଧା ପୋଷାକଧାରୀ ପୋଲିସ ମୁତୟନ ରହିବେ ।