ରାଜ୍ୟରେ ଆଜିଠୁ ବଢିବ ଶୀତ, ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ କମିବା ସମ୍ଭାବନା

ଭୁବନେଶ୍ୱର,୨୪/୧୧: ରାଜ୍ୟରେ ଆଜିଠୁ ବଢିବ ଶୀତ । ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ କମିବା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଦୃଶ୍ୟ ଲଘୁଚାପ ଦୁର୍ବଳ ଯୋଗୁଁ ସାମୁଦ୍ରିକ ବାୟୁର ପ୍ରଭାବ କମିବ । ଗତକାଲି ରାତିରେ ରାଜ୍ୟରେ ବିଶେଷ ଶୀତ ପ୍ରକୋପ ନଥିଲା । ଅଧିକାଂଶ ସ୍ଥାନର ତାପମାତ୍ରା ପ୍ରାୟତଃ ସ୍ବାଭାବିକ ରହିଥିବା ବେଳେ ୧୩.୮ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଥିଲା ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଆଭ୍ୟନ୍ତରୀଣ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଆସନ୍ତା ୩ ଦିନ ଅର୍ଥାତ ୨୬ ତାରିଖ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା କମିବ ।