କିପରି କଟିବ ଆଜି ଆପଣଙ୍କ ଦିନ: ୨୮/୧୧/୨୦୨୨

ମେଷ:ସରକାରୀ ଚାକିରୀ କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ ।

ବୃଷ:ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ ।

ମିଥୁନ:ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ ।

କର୍କଟ:ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ଉଚ୍ଚଆଶା ସଫଳ ହେବ । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ ।

ସିଂହ:ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଉତ୍ତମ ରୋଜଗାର ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ।

କନ୍ୟା:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ଵେ ଆୟ ବଢିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି ।

ତୁଳା:ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ ।

ବିଛା:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଅଧିକାରୀଙ୍କ ଠାରୁ ସହଯୋଗ ମିଳିବା ଫଳରେ ଉଚ୍ଚ ଆଶାରେ ଆଗେଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଆଶାଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ।

ଧନୁ:ସୁଖ ଶାନ୍ତିରେ ଦିନଟି କାଟିବେ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ।

ମକର:ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାପାଇଁ ଯୋଗା ଯୋଗ କରି ପାରନ୍ତି । ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ ।

କୁମ୍ଭ:ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ ।

ମୀନ:ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଋଣ ଭରଣାରେ ସହଜ ହେବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ ।