କିପରି କଟିବ ଆଜି ଆପଣଙ୍କ ଦିନ: ୩୦/୧୧/୨୦୨୨

ମେଷ:ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ।

ବୃଷ:ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧିକ ପରିଶ୍ରମ କରି ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ।

ମିଥୁନ:ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ।

କର୍କଟ:ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଭାବ ଦେଖାଦେବ।

ସିଂହ:ସରକାରୀ ସାହାଯ୍ୟ ମିଳିପାରେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ ରାଜନୈତିକ କ୍ଷେତ୍ରରେ ସଫଳତା ମିଳିବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ।

କନ୍ୟା:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ।

ତୁଳା:ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ।

ବିଛା:ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବା ସହ ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ।

ଧନୁ:ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ।

ମକର:ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ।

କୁମ୍ଭ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚିତପନ୍ଥା ଗ୍ରହଣ କରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ।

ମୀନ:ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବେ।