ପଦ୍ମପୁର ଉପନିର୍ବାଚନ: ଆସନ୍ତା ୨ ତାରିଖରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦/୧୧: ପଦ୍ମପୁର ଉପ-ନିର୍ବାଚନ ପାଇଁ ଆସନ୍ତା ୨ ତାରିଖରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଦ୍ମପୁରରୁ ତିନୋଟି ବ୍ଲକ ପାଇକମାଲ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ଜନସଭା କରିବା କାର୍ଯ୍ୟକ୍ରମ ରହିଛି । ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରି ଭୋଟ ମାଗିବେ । ପଦ୍ମପୁର ଗସ୍ତବେଳେ ମୁଖ୍ୟମନ୍ତ୍ରୀ ନିଜ ଭାଷଣରେ କ’ଣ କହୁଛନ୍ତି ସେ ଉପରେ ସମସ୍ତଙ୍କ ନଜର ରହିଛି । ଧାମନଗର ଉପନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ପ୍ରଚାର ପାଇଁ ଯାଇନଥିଲେ । ଭର୍ଚୁଆଲରେ ସେ ପ୍ରଚାର କରିଥିଲେ । ଏବେ ପଦ୍ମପୁରକୁ ପ୍ରଚାର ପାଇଁ ଯାଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଉପରେ ସମସ୍ତଙ୍କ ନଜର ରହିଛି ।