କିପରି କଟିବ ଆଜି ଆପଣଙ୍କ ଦିନ: ୦୪/୧୨/୨୦୨୨

ମେଷ:ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ ।

ବୃଷ:ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ ।

ମିଥୁନ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ବୃତ୍ତିଗତ ଦୃଷ୍ଟିରୁ କାର୍ଯ୍ୟକ୍ଷେତ୍ର ସୁରକ୍ଷିତ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭ ହୋଇପାରେ ।

କର୍କଟ:ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ ।

ସିଂହ:ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ ।

କନ୍ୟା:ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ ।

ତୁଳା:ଶୁଭକାମ କରି ପ୍ରଶଂସିତ ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ବିଛା:ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ।

ଧନୁ:ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ ।

ମକର:ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

କୁମ୍ଭ:ଶତୃମାନେ ମଥାନତ କରିବେ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଶାରିରୀକ ସୁସ୍ଥତା ଦେଖା ଦେବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ପ୍ରାପ୍ତିହେବ । ଦୂର ଯାତ୍ରାର ସୁଯୋଗ ପାଇବେ ।

ମୀନ:ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ରାଜନୀତିରେ ସଫଳତା ମିଳିବ ।