ରାଜଧାନୀ ଭୁବନେଶ୍ୱରରୁ ଆଜି ୨୪୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୬।୧୦: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୫ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୫୭ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୭୭୯କୁ ବୃଦ୍ଧି ପାଇଥିବା ବେଳେ ୨୩୫୨୩ଜଣ ସୁସ୍ଥ ହୋଇଛନ୍ତି ଓ ୧୨୯ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୩୧୦୬ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।