ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର,୬/୧୨: ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି । ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ରେଡ ଚାଲିଛି । ତାଙ୍କର ବାସଭବନ ସମେତ ଏକ କାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ଖୋର୍ଦ୍ଧାରେ ତାଙ୍କ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ଇନ୍ସପେକ୍ଟରଙ୍କ ନେତୃତ୍ୱ ରେ ଏକ ଟିମ୍ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଫାଇଲ ଏବଂ ଅନ୍ୟାନ୍ୟ ଆସବାବପତ୍ର ଯାଞ୍ଚ କରୁଛି ।