କିପରି କଟିବ ଆଜି ଆପଣଙ୍କ ଦିନ: ୯/୧୨/୨୦୨୨

ମେଷ:ସ୍ୱାସ୍ଥ୍ୟରେ ଉନ୍ନତି ଓ ମାନସିକ ଶାନ୍ତି ପାଇବେ । ଦୃଢସଂକଳ୍ପ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବାର ଯୋଜନା ପ୍ରସ୍ତୁତ କରି ପାରିବେ । ଜାଗାଜମି, ସମ୍ପତ୍ତିଆଦି କ୍ରୟ ବିକ୍ରୟରୁ ପ୍ରବଳ ଲାଭ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ ।

ବୃଷ:ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ ।

ମିଥୁନ:ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

କର୍କଟ:ସନ୍ତାନ ସୁଖରେ ସୁଖୀ ହେବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ନିଜଲୋକଙ୍କ ସହଯୋଗରେ ଅନେକ କାର୍ଯ୍ୟ ପୂରଣ କରି ପାରିବେ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ ।

ସିଂହ:ଶାରୀରିକ ଅସୁସ୍ଥତା ଦୂର ହୋଇ ଋଣଭାର କମିଯିବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ବହୁତ ଭଲ ସମୟ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭଫଳ ପାଇବେ ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ ।

କନ୍ୟା:ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ ।

ତୁଳା:ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ ।

ବିଛା:କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ । ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ । ବ୍ୟବସାୟରେ ଭଲ ଲାଭ ପାଇବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ ।

ଧନୁ:ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭହେବା ସହ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।

ମକର:ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ ।

କୁମ୍ଭ:ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ ।

ମୀନ:କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।