କିପରି କଟିବ ଆଜି ଆପଣଙ୍କ ଦିନ: ୧୦/୧୨/୨୦୨୨

ମେଷ:ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ।

ବୃଷ:ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମରେ ଉନ୍ନତି ସହିତ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ।

ମିଥୁନ:ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। କୋର୍ଟକଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଆର୍ଥିକ ସ୍ଥିତି ମଜଭୁତ ହେବ।

କର୍କଟ:ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ।

ସିଂହ:ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ।

କନ୍ୟା:ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର।

ତୁଳା:ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ-ପ୍ରତିଷ୍ଠା ବଢିବ।

ବିଛା:ଶୁଭ କାମ କରି ପ୍ରଶଂସିତ ହେବେ। ସଭାସମିତିରେ ସାହିତ୍ୟ ଚର୍ଚ୍ଚାରେ ସଫଳତା ମିଳିବ। ପନିପରିବା ଚାଷୀ ଓ ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

ଧନୁ:ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ।

ମକର:ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ।

କୁମ୍ଭ:ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟ ବଢେଇବାର ପ୍ରୟାସ କରିବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।

ମୀନ:ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ।