ରାଜ୍ୟରେ ଆଜି ୨୮୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୬।୧୦: ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୨୮୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୪୧୩୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୬୩, କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୁଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡା ରୁ ୧୩୩ ଜଣ ସୁସ୍ଥ ହୋଇଛନ୍ତି ।