କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୧୨/୨୦୨୨

ମେଷ:ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ।

ବୃଷ:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ ପ୍ରତିଷ୍ଠାରେ ବୃଦ୍ଧି ହେବ ।

ମିଥୁନ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବ୍ୟବସାୟରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।

କର୍କଟ:ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।

ସିଂହ:ନୂତନ ବ୍ୟବସାୟ ଆରମ୍ଭ କଲେ ଭଲଲାଭ ହେବାସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ମଧ୍ୟଅଛି । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଦୂରଯାତ୍ରାରେ ସଫଳ ହେବେ ।

କନ୍ୟା:ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ସକରାତ୍ମକ ପରିବର୍ତ୍ତନ ଅନୁଭବ କରିବାସହ ଅର୍ଥସଞ୍ଚୟ କରିବାରେ ବହୁତ ଯତ୍ନବାନ ହେବେ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ ।

ତୁଳା:ସମ୍ପର୍କୀୟ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇ ମାନସିକ ଶାନ୍ତି ଅନୁଭବ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଓ ପରିବାରର ପରିବେଶ ଆରାମଦାୟକ ହେବ ।

ବିଛା:ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାକ୍ଷେତ୍ରରେ ଉନ୍ନତି ହେବାରୁ ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତିଭା ବିକଶିତ ହେବା ଫଳରେ ପ୍ରଶଂସିତ ହେବେ ।

ଧନୁ:ପ୍ରିୟଜନମାନେ ନିକଟତର ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଯୋଗ୍ୟତା ଦକ୍ଷତା ଓ ପାରଦର୍ଶିତା ଯୋଗେ ପ୍ରତିଦ୍ୱନ୍ଦ୍ୱୀ ମାନଙ୍କ ଉପରେ ବିଜୟୀ ହେବେ ।

ମକର:ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ ।

କୁମ୍ଭ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ ।

ମୀନ:ଶାରିରୀକ ସୁସ୍ଥତା ଦେଖା ଦେବା ସହ ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଦ୍ୱାରା ଆକର୍ଷିତ ହେବେ । ଶିକ୍ଷାର୍ଥୀ ମାନେ ସେମାନଙ୍କର ତ୍ରୁଟିର ମୂଲ୍ୟାଙ୍କନ କରି ସଜାଗ ହୋଇଯିବେ ।