ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ୧୯୧ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨/୧୨: ଆଜି ବାଲେଶ୍ୱର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଇଛନ୍ତି । ସେଠାରେ ୧୮୦୬ କୋଟି ଟଙ୍କାର ୧୯୧ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ମିଶନ ଶକ୍ତି ଋଣ ସହାୟତା ପ୍ରଦାନ କରିଛନ୍ତି ନବୀନ । ଏହି ରାଶି ବାଲେଶ୍ୱର ଜିଲ୍ଲା ପ୍ରଶାସନ ଦ୍ୱାରା ନିଆଯାଇଥିବା ଅଭିନବ ପଦକ୍ଷେପ ‘ଏକ ଗ୍ରାମ ପଂଚାୟତ ଏକ ଉତ୍ପାଦ’ କାର୍ଯ୍ୟକ୍ରମକୁ ନୂତନ ପାହାଚରେ ପହଂଚାଇବାରେ ସହଯୋଗ କରିବ । ଏହାସହ ନବୀନ କହିଛନ୍ତି ଏଭଳି ପ୍ରକଳ୍ପର ଶୁଭାରମ୍ଭ କରି ମୁଁ ବହୁତ ଖୁସି । ଶିକ୍ଷା, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ବାଲେଶ୍ୱର ସବୁଠି ଆଗରେ । ମା’ ମାନଙ୍କ ସଫଳତା ମୋତେ ବହୁତ ଖୁସି ଦେଇଛି । ୨୨୦ କୋଟି ଟଙ୍କା ସହାୟତା ବଣ୍ଟନ କରି ବହୁତ ଖୁସି । ବିନା ସୁଧରେ ବାଲେଶ୍ୱରର ୬୦ ହଜାର ମା’ ସୁବିଧା ପାଇବେ । ପ୍ରତି ପଞ୍ଚାୟତ ଗୋଟିଏ ଗୋଟିଏ ୟୁନିକ୍ ପ୍ରଡକ୍ଟ କରନ୍ତୁ । ଯାହା ଫଳରେ ପ୍ରତି ପଞ୍ଚାୟତର ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହେବ ।