ଭୁବନେଶ୍ବର: ୨୦୨୩ ପୁରୁଷ ବିଶ୍ବକପ୍ ହକି ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଶ୍ବକପ୍ ହକି ୨୦୨୩ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ଆମନ୍ତ୍ରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବିଶ୍ବକପ୍ ହକି ପ୍ରସ୍ତୁତିରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଥିଲେ । ବିଶ୍ଵକପ ‘ହକି’ର ଆୟୋଜନ ରେ କେବଳ ଓଡ଼ିଶା ନୂହେଁ ସାରା ଦେଶର ସମ୍ମାନ ଜଡିତ। ସେଥିପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ।