ରାଜ୍ୟରେ ଆଜି ୪ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର,୨୬ /୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି ।  ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।