ଭିଜିଲାନ୍ସ ଜାଲରେ ଆରଆଇ

ଭୁବନେଶ୍ୱର,୬/୧: ଭିଜିଲାନ୍ସ ଜାଲରେ ଆରଆଇ। ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନବରଙ୍ଗପୁର ଜିଲ୍ଲା ସାନମସିଆଗାଁ ଭାରପ୍ରାପ୍ତ ଆରଆଇ ଜଗଦୀଶ ବେହେରା। ଜଣେ ଅଭିଯୋଗକାରୀଙ୍କଠାରୁ ତହସିଲଦାରଙ୍କୁ ଆଇନଗତ ଉତ୍ତରାଧିକାରୀ ପ୍ରମାଣପତ୍ର ପ୍ରଦାନ ପାଇଁ ଅନୁସନ୍ଧାନ ରିପୋର୍ଟ ଦେବାକୁ ସେ ୫ ହଜାର ଟଙ୍କା ଓ ଦୁଇ କେଜିଆ କୁକୁଡ଼ା ଲାଞ୍ଚ ନେଉଥିଲେ। ସେହି ସମୟରେ କୋରାପୁଟ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା।