ବାରବାଟୀ ମଇଦାନରେ ବାଜିବ ହକି ବିଶ୍ୱ କପର ବିଗୁଲ୍, ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ହେବ ଶୁଭାରମ୍ଭ

କଟକ,୧୦/୧: ବାରବାଟୀ ଷ୍ଟାଡିୟମରେ ଯୋଡି ହେବାକୁ ଯାଉଛି ଆଉ ଏକ ଅଧ୍ୟାୟ । ଆସନ୍ତାକାଲି ବାରବାଟୀ ମଇଦାନରେ ବାଜିବ ହକି ବିଶ୍ୱ କପର ବିଗୁଲ୍ । ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଏହାର ଶୁଭାରମ୍ଭ ଦେଖିବ ସାରା ବିଶ୍ୱ । ଏନେଇ ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ । ଆଉ ଏଥିରେ ମୁଖ୍ୟ ଆକର୍ଷଣ ପାଲଟିବେ ବଲିଉଡ ଷ୍ଟାର ଆଇକନ୍ । ଖାସ୍ କରି ଉଦଘାଟନୀ ଉତ୍ସବରେ ଧମାଲ କରିବେ ରଣବୀର ସିଂ ଓ ଦିଶା ପଟାନୀ ।କିଛି ଦିନ ହେଲା କଳାକାର ମାନେ ନିଜର ଅଭ୍ୟାସ ଜାରି ରଖିଛନ୍ତି । ଶତାଧିକ ନୃତ୍ୟଶିଳ୍ପୀ ନିଜ ନିଜର ଅଭ୍ୟାସ କରୁଛନ୍ତି । ସେହିଭଳି ପ୍ରୀତମଙ୍କ ସଙ୍ଗୀତର ଯାଦୁରେ ଝୁମିବେ ଉପସ୍ଥିତ ଦର୍ଶକ । ଉଦଘାଟନୀ ଉତ୍ସବରେ ୩୦ ହଜାର ଦର୍ଶକଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ଅତ୍ୟାଧୁନିକ ବିଶାଳ ମଂଚ କରାଯାଇଛି । ହକି ଉଦଘାଟନୀ ଉତ୍ସବ ପାଇଁ ବାରବାଟୀ ଷ୍ଟାଡିୟମ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ।