ବେଦବ୍ୟାସ ପରିଦର୍ଶନ କଲେ ୫ଟି ସଚିବ

ଭୁବନେଶ୍ବର,୧୪/୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ୍ ଆଜି ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଛନ୍ତି। ୫ଟି ଉପକ୍ରମରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର ସଭ୍ୟ, ସେବାୟତ ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ ସେ ଆଲୋଚନା କରିଥିଲେ। ଆସନ୍ତା ପନ୍ଦର ଦିନ ମଧ୍ୟରେ ଏ ସମ୍ପର୍କରେ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲାପାଳଙ୍କୁ ସେ କହିଥିଲେ।