କିପରି କଟିବ ଆଜି ଆପଣଙ୍କ ଦିନ: ୧୭/୦୧/୨୦୨୩

ମେଷ:ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି ।

ବୃଷ:ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣି ପାରିବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । କୋର୍ଟ କଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ ।

ମିଥୁନ:ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ ।

କର୍କଟ:ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ଆନନ୍ଦିତ ହେବେ । ବନ୍ଧୁ, ମିତ୍ର ଏବଂ ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରା କରି ପାରନ୍ତି ।

ସିଂହ:ନୂତନ ଯୋଜନାରେ ସଫଳତା ମିଳିବ ଓ ଆର୍ଥିକ ଉନ୍ନତିହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ବ୍ୟବସାୟରେ ଉତ୍ତମ ରୋଜଗାର ହେବ ।

କନ୍ୟା:ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

ତୁଳା:ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ ।

ବିଛା:ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ ।

ଧନୁ:ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ।

ମକର:ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ ।

କୁମ୍ଭ:ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ ।

ମୀନ:ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ ।