ଆଜିଠୁ ରାଜ୍ୟରେ ହାଲୁକା ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର,୧୭/୧: ଆଜିଠୁ ରାଜ୍ୟରେ ହାଲୁକା ବର୍ଷା ହେବାର ଆଶଂକା ରହିଛି । ଆଜି ଓ ଆସନ୍ତାକାଲି ଦୁଇ ଦିନ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୭ ଜିଲ୍ଲାରେ ଘନ କୁହୁଡି ପାଇଁ ସତର୍କତା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଘନ କୁହୁଡି ଯୋଗୁ ରାଜପଥରେ ଦୁର୍ଘଟଣା ହେବାର ଆଶଙ୍କା ରହିଛି । ତେଣୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।