ଭୁବନେଶ୍ବର,୧୭/୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବାପାଇଁ ନିର୍ଦ୍ଦେଶ ଦେବା ସହିତ ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍କୁ ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ମୋ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଫୋନକଲ୍ ଜରିଆରେ ସେମାନେ କିଭଳି ବ୍ୟବହାର ପାଇଲେ ବା ତାଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି କି ନାହିଁ, ସେ ସଂପର୍କରେ ଜାଣିବା ପାଇଁ ବ୍ୟବସ୍ଥା ରହିଛି ।