କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୦୧/୨୦୨୩

ମେଷ:ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ । ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ ।

ବୃଷ:ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବା ସହ ଉଚିତପନ୍ଥା ଗ୍ରହଣ କରିବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ମିଥୁନ:ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବ୍ୟୟ ଅପେକ୍ଷା ଆୟ ଅଧିକ ହୋଇ ଋଣମୁକ୍ତ ଓ ଋଣପ୍ରାପ୍ତିର ରାସ୍ତା ପରିଷ୍କାର ହୋଇଯିବ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ ।

କର୍କଟ:ବିଦ୍ୟାର୍ଥିମାନେ ପରୀକ୍ଷାରେ ବିଜୟୀ ହେବେ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ ।

ସିଂହ:ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ । ଉଧାର ଦେଇଥିବା ଟଙ୍କା ମିଳିଯାଇପାରେ । ସନ୍ତାନ ମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

କନ୍ୟା:ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ ।

ତୁଳା:ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ । ଟଙ୍କ ।

ବିଛା:ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି ।

ଧନୁ:ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଆର୍ଥିକସ୍ଥିତି ସୁଧୁରିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ ।

ମକର:ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତିକରି ପାରିବେ ନାହିଁ । ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ।

କୁମ୍ଭ:ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ । ଅଧ୍ୟୟନ ପାଇଁ ତତ୍ପର ହେବେ । ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶା ଜନକ ଫଳ ପ୍ରାପ୍ତି ହେବ ।

ମୀନ:ସାମାଜିକ କାର୍ଯ୍ୟରେ ଉତ୍ସାହ ବଢିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ ।