ଟ୍ୱିନସିଟିରେ ଘନକୁହୁଡିର ଆସ୍ତରଣ: ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ବର,୨୨/୧: ଆଜି ଦ୍ୱୈତ ନଗରୀ କଟକ- ଭୁବନେଶ୍ୱରର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଛି। ରାସ୍ତାରେ ୨୦ରୁ ୩୦ ମିଟର ଯାଏଁ ଦୂରକୁ ଦେଖିବା କଷ୍ଟକର ହୋଇପଡ଼ିଛି। ଏହାଫଳରେ ଗାଡ଼ି ଚଳାଚଳ ଏବଂ ଯାତାୟତରେ ସମସ୍ୟା ଉପୁଜୁଛି। ଉପକୂଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହୋଇଛି। ଅନୁଗୁଳ ଓ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ପଡ଼ିଥିଲା। ସୂଚନାଯୋଗ୍ୟ, ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି କାରଣରୁ ଆଗାମୀ ୨ଦିନ ରାଜ୍ୟର ଉପକୂଳରୁ ନେଇ ଉପାନ୍ତ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ଘନକୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଥିଲା। ଘନ କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥରେ ଦୁର୍ଘଟଣା ରୋକିବାକୁ ପୁଲିସ ଓ ପରିବହନ ଅଧିକାରୀମାନେ ଗାଡ଼ି ପରିଚାଳନା ଉପରେ ଗୁରୁତ୍ୱ ଦେବେ। ରାସ୍ତା ଦୁର୍ଘଟଣା ଏଡ଼ାଇବା ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ଏସ୍‌ଆରସିଙ୍କ ପକ୍ଷରୁ ପୂର୍ବରୁ ନିର୍ଦେଶ ଦିଆଯାଇଛି।