କିପରି କଟିବ ଆଜି ଆପଣଙ୍କ ଦିନ:୨୬/୦୧/୨୦୨୩

ମେଷ:ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ । ମିତ୍ରଙ୍କ ସହିତ ସାକ୍ଷାତ୍ ହୋଇ ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବା ଫଳରେ ଲାଭଦାୟକ ହେବ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ।

ବୃଷ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହୋଇ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ ।

ମିଥୁନ:ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ । ଅଫିସରେ ଟେନସନ ଦୂର ହେବା ସହ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ ।

କର୍କଟ:ଶିକ୍ଷା କ୍ଷେତ୍ରରେ ନିଜ ପରିଶ୍ରମରେ ସଫଳତା ପାଇବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବେ ।

ସିଂହ:ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପାରିବାରିକ ଜୀବନରେ ମତଭେଦର ସମାଧାନ ହୋଇ ଭଲରେ ସମୟ ବିତାଇବେ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ଆନନ୍ଦିତ ହେବେ ।

କନ୍ୟା:ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ ।

ତୁଳା:ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ । ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ ।

ବିଛା:ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ଯାତ୍ରାରେ ସଫଳ ହେବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ ।

ଧନୁ:ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ।

ମକର:ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ କଲେ ଭଲଲାଭ ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।

କୁମ୍ଭ:ଶିକ୍ଷାର୍ଥୀ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ ।

ମୀନ:ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ମାମଲା ସୁଧୁରିଯିବାସହ ନୂତନ ଆୟର ଉତ୍ସ ସୃଷ୍ଟି ହେବ । ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବା ଫଳରେ ଲକ୍ଷ୍ୟ ସିଦ୍ଧିହେବ । ଅବିବାହିତ ଯୁବକ-ଯୁବତୀଙ୍କର ବିବାହ ସ୍ଥିର ହେବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ।