ଆରପାରିରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ୱର,୨୯/୧: ଆରପାରିରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ୬୧ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଛି। ଆଜି ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଯାଉଥିବା ବେଳେ ବାଟରେ କର୍ମୀମାନେ ସ୍ୱାଗତ କରିଥିଲେ । ଆଉ ଭିଡର ସୁଯୋଗ ନେଇ ପୋଲିସ ଏଏସଆଇ ଗୋପାଳ ତାକୁ ଗୁଳିମାଡ କରିଥିଲା । ସୂଚନାଯୋଗ୍ୟ ଯେ ପରେ ଗୁରୁତର ଆହତ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗ ହସପିଟାଲକୁ ନିଆଯାଇଥିଲା । କିନ୍ତୁ ଅବସ୍ଥା ଏତେ ସଂକଟାପନ୍ନ ଥିଲା ଯେ ତାଙ୍କୁ ତୁରନ୍ତ ଏୟାର ଲିପ୍ଟ କରାଯାଇ ଭୁବନେଶ୍ୱର ଆପୋଲୋ ହସପିଟାଲକୁ ଅଣାଯାଇଥିଲା ।