ନବ ଦାସଙ୍କୁ ହତ୍ୟା ଘଟଣା: ୪ ଦିନିଆ ରିମାଣ୍ଡରେ ଅଭିଯୁକ୍ତ ଗୋପାଳ

ଭୁବନେଶ୍ୱର,୧/୨: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାର ତଦନ୍ତ ଚାଲିଛି । ଅଭିଯୁକ୍ତ ଗୋପାଳ କୃଷ୍ଣ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । କିନ୍ତୁ ୭ ଦିନିଆ ରିମାଣ୍ଡ ଆବେଦନ କରିଥିଲା ତଦନ୍ତକାରୀ ଟିମ୍ ।ସୂଚନା ଅନୁସାରେ, ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଗଠନ କରିଛି ଆଉ ୨ ଟିମ୍ । ଏହାସହ ତଦନ୍ତ ଅନୁଧ୍ୟାନ କରୁଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି । ଝାରସୁଗୁଡା ଏସପି ଓ ବ୍ରଜରାଜନଗର ଏସଡିପିଓଙ୍କୁ ବଦଳି କରାଯାଇଛି । ସେପଟେ ଅଭିଯୁକ୍ତ ଗୋପାଳଙ୍କ ଭାଇଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ହେପାଜତକୁ ନେଇଛି ।