କିପରି କଟିବ ଆଜି ଆପଣଙ୍କ ଦିନ: ୦୫/୦୨/୨୦୨୩

ମେଷ:କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ ।

ବୃଷ:ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ଦୂରଯାତ୍ରା କରି ବି ଶାରୀରିକ କଷ୍ଟ ଦୂରେଇ ଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ ।

ମିଥୁନ:ସ୍ୱାସ୍ଥ୍ୟ ଭଲ ରହିବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ କରି ପାରିବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ ।

କର୍କଟ:ସକଳ କାର୍ଯ୍ୟରେ ସଫଳତା ମିଳିବ । ମାନସିକ ଅଶାନ୍ତି ଦୂର ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ମହିଳାମାନଙ୍କ ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ । ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ ।

ସିଂହ:ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ ।

କନ୍ୟା:ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ ।

ତୁଳା:ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଅଚାନକ ଭାବରେ ଧନ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ ।

ବିଛା:ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ସହଯୋଗ ପ୍ରାପ୍ତି ହେବାସହ ସ୍ଥିତି ସୁଦୃଢ଼ ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ । ଦୂରଯାତ୍ରାରେ ସଫଳତା ମିଳିବ ।

ଧନୁ:ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବିବାଦବିବାଦରେ ସଫଳତା ମିଳିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।

ମକର:ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ବାକିଥିବା ଅର୍ଥ ପ୍ରାପ୍ତି ହେବ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ ।

କୁମ୍ଭ:ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଆୟ ଉପାର୍ଜନର ବୃଦ୍ଧି ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବ । ନୂତନ ଗୃହ ଆଦି ଲାଭ ହୋଇପାରେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

ମୀନ:ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି ।