ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦/୨: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ପହଞ୍ଚିଛନ୍ତି ।ତାଙ୍କୁ ଏୟାରପୋର୍ଟରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ସାଙ୍ଗରେ ଅଛନ୍ତି । ବିମାନ ବନ୍ଦରରୁ ସିଧାସଳଖ ଉତ୍କଳ ମଣ୍ଡପରେ ଆୟୋଜିତ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସରେ ଯୋଗଦେବେ । ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେହିପରି ଆସନ୍ତାକାଲି ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିରକୁ ଠାକୁର ଦର୍ଶନ କରିବା ପାଇଁ ଯିବା କାର୍ଯ୍ୟସୂଚୀ ମଧ୍ୟ ରହିଛି । ଏହି ଗସ୍ତ ସମୟରେ ରାଷ୍ଟ୍ରପତିଙ୍କର ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟ ରହିଛି ।