କିପରି କଟିବ ଆଜି ଆପଣଙ୍କ ଦିନ:୧୩/୦୨/୨୦୨୩

ମେଷ:ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।

ବୃଷ:ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ।

ମିଥୁନ:କଳକାରଖାନାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଛାତ୍ରଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି ।

କର୍କଟ:ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ ।

ସିଂହ:ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

କନ୍ୟା:ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ତୁଳା:ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।

ବିଛା:ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଆର୍ଥିକ ଉନ୍ନତି ଯୋଗୁ ଗୃହର ବାତାବରଣ ଶାନ୍ତ ରହିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ଧନୁ:ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆଶାତୀତ ଲାଭବାନ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ ।

ମକର:ଶରୀର ସୁସ୍ଥ ରହିବ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେଇ ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

କୁମ୍ଭ:କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ । ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଗୃହନିର୍ମାଣ, ଜମିଜମା କ୍ରୟ ବିକ୍ରୟ, ସେୟାର ବଜାର, ଜୁଆ, ଲଟେରୀ, ମଧ୍ୟସ୍ଥତା କରୁଥିବା ବ୍ୟକ୍ତିମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ ।

ମୀନ:ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି ।