କିପରି କଟିବ ଆଜି ଆପଣଙ୍କ ଦିନ: ୧୪/୦୨/୨୦୨୩

ମେଷ:ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ।

ବୃଷ:ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ।

ମିଥୁନ:ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆଶାତୀତ ଲାଭ ପାଇବେ। ଶରୀର ସୁସ୍ଥ ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ।

କର୍କଟ:ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ୍ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଗୃହୋପକରଣ କ୍ରୟ କରିବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ।

ସିଂହ:ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଉନ୍ନତି ଦେଖାଦେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ।

କନ୍ୟା:ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ।

ତୁଳା:ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ମାନସିକ ସ୍ଥିତି ସୁଦୃଢ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି।

ବିଛା:ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ।

ଧନୁ:ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ।

ମକର:ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରିବାରର ସଦସ୍ୟଙ୍କ ସହ ସୁସମ୍ପର୍କ ଫଳରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ।

କୁମ୍ଭ:ଶତୃମାନେ ମିତ୍ରଭାବ ଆଚରଣ କରିବେ। ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ।

ମୀନ:ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହସ୍ଥ ଜୀବନ ସୁଖମୟ ହେବ। କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ।