ଦୁଇ ଦିନିଆ ରାଜ୍ୟର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪/୨: ଦୁଇ ଦିନିଆ ଆଇଏଏସ ସମ୍ମିଳନୀକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ସମ୍ମିଳନୀରେ ୩୦ଟି ଜିଲ୍ଲାର ଜିଲ୍ଲାପାଳ ଯୋଗ ଦେବେ ।
ଏହି ଅବସରରେ ସେ ନୂତନ ସଶକ୍ତ ଓଡ଼ିଶା ଗଠନ ଦିଗରେ କାମ କରିବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ଦେଖିବାକୁ ଚାହେଁ ଯେ ଆମର ସମସ୍ତ ବିକାଶମୂଳକ ପ୍ରକଳ୍ପଗୁଡିକ ଖୁବ୍ କମ୍ ସମୟ ମଧ୍ୟରେ କାର୍ଯ୍ୟକାରୀ ହୋଇଛି ଏବଂ ଆମର କଲ୍ୟାଣମୂଳକ ପଦକ୍ଷେପ ସମସ୍ତ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ। ଲକ୍ଷ୍ୟ ହାସଲ ପାଇଁ ଜିଲ୍ଲାମାନଙ୍କ ମଧ୍ୟରେ ଏକ ପ୍ରତିଯୋଗିତା ହେବା ଉଚିତ ଏବଂ ଅନ୍ୟମାନଙ୍କ ପାଇଁ ମାନଦଣ୍ଡ ସ୍ଥିର କରିବା ଉଚିତ।

ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସରକାରଙ୍କ ତିନି ମନ୍ତ୍ରୀ ପ୍ରଦୀପ ଅମାତ, ନିରଞ୍ଜନ ପୂଜାରୀ ଓ ଟୁକୁନି ସାହୁ ଉପସ୍ଥିତ ଥିଲେ। ଏଥିରେ ୧୭ଟି ବିଷୟ ଉପରେ ବିଶେଷ ଆଲୋଚନା କରାଯିବ। ସରକାରଙ୍କ ଯୋଜନା ଓ ଆଭିମୁଖ୍ୟ ତୃଣମୂଳ ସ୍ତରରେ କେତେ ଦୂର ପହଞ୍ଚି ପାରୁଛି, ସେନେଇ ଆଲୋଚନା ହେଉଛି।